ରାଜ୍ୟ
ଋତୁସ୍ରାବ ପାଇଁଁ ମିଳିବ ୧୨ଦିନ ଛୁଟି
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ମହିଳା କର୍ମଚାରୀମାନଙ୍କ ପାଇଁ ବାର୍ଷିକ ଅତିରିକ୍ତ ସାମୟିକ ଛୁଟି ୨ ଦିନ ବଢାଇଛନ୍ତି । ଋତୁସ୍ରାବ ପାଇଁ ଏବେ ୧୦ ଦିନ ନୁହେଁଁ ମିଳିବ ୧୨ଦିନ ଛୁଟି। ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମହିଳା କର୍ମଚାରୀମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି ଓ ୫ ଦିନ ସତନ୍ତ୍ର ସାମୟିକ ଛୁଟି ସହିତ ପାଇ ପାରିବେ । ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ । ମହିଳାମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି ।