ରାଜ୍ୟ

ଏଣିକି ଭକ୍ତଙ୍କୁ ମିଳିବ ମାଗଣାରେ ଅବଢା

ପୁରୀ: ଭକ୍ତଙ୍କ ପାଇଁ ଖୁସି ଖବର । ଏଣିକି ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣାରେ ଅବଢା । ଖୁବଶୀଘ୍ର ଏହି ଯୋଜନା ଆରମ୍ଭ ହେବାକୁ ଯାଉଛି । ଶ୍ରୀମନ୍ଦିରକୁ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତଙ୍କୁ ଏହି ମହାପ୍ରସାଦ ପ୍ରଦାନ କରାଯିବ। ଏଥିଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି । ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି ।
ଆଇନ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଙ୍କ ସଂଖ୍ୟା ଦୃଷ୍ଟିରୁ ବର୍ଷକୁ ୧୪ ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ । ଆମେ ଭକ୍ତ ସମାଜ ଭିତରେ ସମସ୍ତଙ୍କୁ ଅନୁରୋଧ କରିଛୁ । ସରକାରଙ୍କ ଉପରେ ବୋଝ ନ ପକାଇ ଯେଉଁ ବଦାନ୍ୟ ଭକ୍ତମାନେ ଅଛନ୍ତି ସେମାନଙ୍କ ସହଯୋଗରେ ଏହା ହେବ। ସେମାନେ ମଧ୍ୟ ପୁଣ୍ୟ ଅର୍ଜନ କରିବେ । ଏହାରି ଭିତରେ ଅନେକ ଭକ୍ତ ଆସି ସହଯୋଗର ହାତ ବି ବଢ଼ାଇଛନ୍ତି । କାର୍ତ୍ତିକ ମାସ ପରେ ଏହି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବ ବୋଲି କହିଛନ୍ତି। ତେବେ କାର୍ତ୍ତିକ ମାସରେ ହବିଷ୍ୟାଳିଙ୍କର ଯେମିତି କୌଣସି ଅସୁବିଧା ହେବ ନାହିଁ, ସେନେଇ ବ୍ୟବସ୍ଥା କରାଯାଇଛି । ମୁଖ୍ୟ ପ୍ରଶାସକ, ଜିଲ୍ଲପାଳଙ୍କଠାରୁ ଆରମ୍ଭ କରି ଅଧିକାରୀମାନେ ଏଥିପ୍ରତି ଧ୍ୟାନ ଦେଉଛନ୍ତି । କାର୍ତ୍ତିକ ମାସ ପରେ, ଶୃଙ୍ଖଳିତ ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ । ହବିଷ୍ୟାଳି କିଭଳି ଭଲରେ ଭଲରେ ଦର୍ଶନ ସାରି ଘରକୁ ଫେରିବେ ତାହାର ଦାଇତ୍ୱ ସରକାର ନେବେ । କୌଣସି ସମସ୍ୟା ହେଲେ ତାର ସମାଧାନ ହେବ । ଏନେଇ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି ।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button