ରାଜ୍ୟ
ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାର ରେଜଲ୍ଟ ଶନିବାର ପ୍ରକାଶ ପାଇଛି। ଏଥିରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘ଏକ୍ସ’ ରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି, ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଆଗାମୀ ଦିନରେ ସରକାରଙ୍କ ଜଣେ ପ୍ରତିନିଧି ଭାବେ ଲୋକଙ୍କ ଅଧିକାରକୁ ଗୁରୁତ୍ୱ ଦେବେ । ଏଥିସହିତ ସରକାରଙ୍କ ଲୋକାଭିମୁଖୀ ଯୋଜନାକୁ ଶେଷ ସୋପାନରେ ପହଞ୍ଚାଇବା ପାଇଁ ସମସ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।