ରାଜ୍ୟ

ସମ୍ଭାବ୍ୟ ବାତ୍ୟା ପାଇଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ପରିଣତ ହେବ । ପରବର୍ତ୍ତର୍ି ସମୟରେ ଏହା ଏକ ଅବପାତରେ ପରିଣତ ହେବ, ଯାହା ବାତ୍ୟାର ରୂପ ନେଇପାରେ । ପରିସ୍ଥିତି ଉପରେ ରାଜ୍ୟ ସରକାର ତୀକ୍ଷଣ ନଜର ରଖିଛନ୍ତି । ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସରକାରୀ ଅଧିକାରୀମାନଙ୍କର ଛୁଟି ବାତିଲ କରିଛନ୍ତି । ବିଦ୍ୟାଳୟଗୁଡ଼ିକ ଛୁଟି ନେଇ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବେ । ଏନେଇ ଲୋକେ ଭୟଭୀତ ହେବାର ନାହିଁ । ଲୋକଙ୍କର ସୁରକ୍ଷା ପାଇଁ ପ୍ରଶାସନ ସତର୍କ ରହିଛି । ତଳିଆ ଅଞ୍ଚଳ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିସନର ଦେଓରଂଜନ କୁମାର ସିଂ ଏକ ସାମ୍ବାଦିକ ସମ୍ମିଳନୀରେ ଏହା କହିିଛନ୍ତି ।

ଏସ୍‌ଆରସି ଶ୍ରୀ ସିଂ ଆହୁରି କହିଛନ୍ତି ଯେ, ଓଡ଼ିଶା ଉପକୂଳରେ ବାତ୍ୟାର ସମ୍ଭାବନା ରହିଛି । ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯାଇଛନ୍ତି, ସେମାନେ ସ୍ଥଳଭାଗକୁ ଶୀଘ୍ର ଫେରି ଆସନ୍ତୁ । ଆସନ୍ତା ୨୬ ତାରିଖ ଯାଏଁ ସମୁଦ୍ର ଭିତର ଯାଆନ୍ତୁ ନାହିଁ । ବାତ୍ୟା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି । ଜିଲ୍ଲାପାଳମାନେ ବାତ୍ୟା ଆଶ୍ରୟସ୍ଥଳୀକୁ ଯାଇ ତଦାରଖ କରିବେ । ଦୁଇ ସପ୍ତାହ ସମୟ ଥିବା ଗର୍ଭବତୀ ମହିଳାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଗର୍ଭବତୀ ମହିଳାଙ୍କୁ ହସ୍‌ପିଟାଲ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button