ରାଜ୍ୟ

ଆଜି ରାତିରୁ ଆରମ୍ଭ ହେବ ପବନ

ଭୁବନେଶ୍ୱର: ଆଜି ରାତିରୁ ଆରମ୍ଭ ହୋଇଯିବ ପବନ । ଆଜିଠାରୁ ବିଭିନ୍ନ ଇଲାକାରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସଂଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତ୍ସିଂହପୁର ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ରେଡୱାର୍ଣ୍ଣିଂ ଜାରି କରାଯାଇଛି । ଏମିତି କି ବାତ୍ୟା ‘ଦାନା’ ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପବନ ବହିବା ଆରମ୍ଭ ମଧ୍ୟ ହୋଇଗଲାଣି । ୨ ଜିଲାରେ ୩୦ରୁ ୪୦ କିମି ବେଗରେ ପବନ ବହୁଥିବା ନେଇ ପାଣିପାଗ ସୂଚନା ଦେଇଛିି। ଦ୍ରୁତ ବେଗରେ ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି ଚାନ୍ଦବାଲି-ପୁରୀ ବନ୍ଦରକୁ ମଧ୍ୟ ୧୦ନଂ ବିପଦ ସଙ୍କେତ, ଗୋପାଳପୁର ବନ୍ଦରକୁ ୮ନଂ ବିପଦ ସଙ୍କେତ ଜାରି କରାଯାଇଛି।

ବାତ୍ୟା ଦାନା ଲ୍ୟାଣ୍ଡଫଲ ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ତୀବ୍ର ବେଗରେ ପବନ ବହିବ। ତେବେ ଭିତରକନିକା ଓ ଧାମରା ମଧ୍ୟରେ ଅତିକ୍ରମ କରିବାବେଳେ ତାହା ସିଭିୟର ସାଇକ୍ଲୋନିକ ଷ୍ଟ୍ରମରେ ପରିଣତ ହେବ। ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ୫-୬ଘଣ୍ଟା ଯାଏଁ ଜାରି ରହିବ। ଏହି ସମୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବାତ୍ୟା ସହ ଭୟଙ୍କର ବେଗରେ ପବନ ବହିବ। ଲ୍ୟାଣ୍ଡଫଲ ପ୍ରକ୍ରିୟା ୨୪ ତାରିଖ ମଝି ରାତିରୁ ଆରମ୍ଭ ହୋଇ ୨୫ ପୂର୍ବାହ୍ନ ଯାଏ ରହିବ । ଲ୍ୟାଣ୍ଡଫଲ୍‌ବେଳେ ଏହାର ତୀବ୍ରତା ଅତି ବେଶୀରେ ୧୦୦-୧୧୦ କିମି କିମ୍ବା ୧୨୦ ମଧ୍ୟ ଛୁଇଁପାରେ। ଏହି ସମୟରେ ବୈତରଣୀ, ବ୍ରାହ୍ମଣୀ ନଦୀରୁ ପ୍ରଖର ବେଗରେ ଜୁଆର ମାଡି ସ୍ଥଳଭାଗକୁ ମାଡି ଆସିବ।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button