ରାଜ୍ୟ

ସହାୟତା ଯୋଗାଇ ଦେବାକୁ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର: ବାତ୍ୟା ଦାନା ପ୍ରସ୍ତୁତି ନେଇ ରାଜ୍ୟସରକାରଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡ଼ିଶାରେ ହେବାକୁ ଥିବା ବାତ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଯେଉଁଠି ଓଡ଼ିଶାର କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ। ଏହା ଶୁଣିବା ପରେ ପ୍ରଧାନମନ୍ତ୍ରୀ ରାଜ୍ୟ ସରକାରଙ୍କୁ ଖୁବ୍ ପ୍ରଶଂସା କରିଛନ୍ତି । ପୁର୍ବାହ୍ନର ବାତ୍ୟା ପ୍ରସ୍ତୁତିର ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ସନ୍ତୁଷ୍ଟ ଥିବା ନେଇ କହିଥିଲେ। ଆଉ କିଛି ଆବଶ୍ୟକ ହେଲେ, ସହାୟତା ଦେବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ତେବେ ରାଜ୍ୟ ସରକାର ଯାହା କେନ୍ଦ୍ରଠାରୁ ସାହାଯ୍ୟ ମାଗିଥିଲେ ସବୁ ମିଳିଯାଇଛି।

ବାତ୍ୟା ‘ଦାନା’ ଗୁରୁବାର ରାତିରୁ ଶୁକ୍ରବାର ସକାଳ ମଧ୍ୟରେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ସ୍ପର୍ଶ କରିବ । ଏହା ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ୫ ଘଣ୍ଟା ଧରି ଚାଲିବ। ଏଥିରେ ୧୧ ଜିଲାର ୩୮ ବ୍ଲକ, ୯ ପୌରାଞ୍ଚଳ ପ୍ରଭାବିତ ହୋଇପାରେ। ମୋଟ ୧୬୫୩ ଗାଁ ବାତ୍ୟା ଦ୍ୱାରା ପ୍ରଭାବିତ ହେବାର ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୧୬୫୩ ଗାଁରୁ ୩ ଲକ୍ଷ ୬୨ ହଜାର ଲୋକ ସ୍ଥାନାନ୍ତର ହେବେ। ଏଯାବତ ୩ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଗଲାଣି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button