ଏଣିକି ଘସିରେ ହେବ ଶବଦାହ
ଭୁବନେଶ୍ୱର: ସ୍ୱର୍ଗଦ୍ୱାରରେ ଏଣିକି ଗଛ କାଠ ବଦଳରେ ଘସିରେ ହେବ ଶବଦାହ। ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଗୋବରକୁ ଶବ ଦାହରେ ବ୍ୟବହାର କରାଯାଇଥାଏ। ଏବେ କାଠ ବଦଳରେ ଗୋବରରେ ତିଆରି ଘସିରେ ଶବ ଦାହ ହେବ। ଏନେଇ ସରକାର ପଦକ୍ଷେପ ନେଉଛନ୍ତି। ଖୁବଶୀଘ୍ର ବିଚାର ବିମର୍ଶ କରି ଏହି ପଦକ୍ଷେପ ନେବେ ସରକାର। ଏହା କହିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।
ସେ ଆହୁରି କହିଛନ୍ତି, ଯେଉଁମାନେ ପରିଚାଳନା ଦାୟିତ୍ୱରେ ଅଛନ୍ତି ସେମାନଙ୍କ ସହ ଆଲୋଚନା କରାଯିବା ପରେ ଯାହା କିଛି ପଦକ୍ଷେପ ନିଆଯିବ। ଗୋ ମୁତ୍ର ଓ ଗୋବରର ସଦୁପଯୋଗ ପାଇଁ ସରକାର ଚିନ୍ତା କରୁଛନ୍ତି। ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧିକୁ ବି ସରକାର ଗୁରୁତ୍ୱ ଦେଉଛନ୍ତି। ଗୋ ସୁରକ୍ଷା, ଗୋ ମୁତ୍ର ଓ ଗୋବରର ସଦୁପଯୋଗ କ୍ଷେତ୍ରରେ ବିଚାରବିମର୍ଶ ପାଇଁ କମିଟି ଗଠିତ ହେବ। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ। ୫ ଜଣ ମନ୍ତ୍ରୀ ଓ ୫ ଜଣ ସଚିବ କମିଟିର ସଦସ୍ୟ ରହିବେ। ଗୋମାତା ସୁରକ୍ଷା,ଗୋଶାଳା ବୃଦ୍ଧି, ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ସରକାର କାମଧେନୁ ଯୋଜନା ଆରମ୍ଭ କରିଛନ୍ତି।