ରାଜ୍ୟ

ରାଜଧାନୀରେ ‘ରନ୍ ଫର୍ ୟୁନିଟି’ ମାରାଥନ୍‌

ଭୁବନେଶ୍ୱର: ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ରାଜଧାନୀ ଭୁବନେଶ୍ୱରରେ ‘ରନ୍ ଫର୍ ୟୁନିଟି’ ମାରାଥନ୍ ଆୟୋଜିତ ହୋଇଯାଇଛି। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଉଦଘାଟନ କରିଥିଲେ । ଏଥିରେ ଏକତାର ଶପଥ କରାଇବା ପରେ ନିଜେ ମାରାଥନ୍‌ରେ ଦୌଡିଥିଲେ ମୁଖ୍ୟମନ୍ତ୍ରୀ। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦୌଡିଥିଲେ।

ଏହି ଦୌଡ଼ରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଏକାମ୍ର ବିଧାୟକ ବାବୁ ସିଂହଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଥିଲେ ।

ସୂଚନାଯୋଗ୍ୟ, ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଇଥାଏ। ଏହି ଅବସରରେ ଆୟୋଜିତ ହୋଇଥାଏ ରନ ଫର ୟୁନିଟି କାର୍ଯ୍ୟକ୍ରମ । ଅକ୍ଟୋବର ୩୧ରେ ସର୍ଦ୍ଦାର ବଲ୍ଲଭ ଭାଇ ପଟ୍ଟେଲଙ୍କ ଜୟନ୍ତୀରେ ଦୀପାବଳି ଛୁଟିଦିନ ପଡୁଥିବାରୁ ରନ ଫର ୟୁନିଟି କାର୍ଯ୍ୟକ୍ରମ ଅକ୍ଟୋବର ୨୯ରେ ଆୟୋଜିତ ହୋଇଥିଲା । ପୂର୍ବରୁ ଏ ନେଇ ମନ କୀ ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଥିଲେ।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button