ଦେଶ- ବିଦେଶ

ବାରଣାସୀରୁ ଦେଶର ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ମୋଦୀ

ବାରଣାସୀ: କୃଷକ ପାଇଲେ ପିଏମ୍ କିଷାନ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଆସିଲା ଟଙ୍କା । ସିଧାସଳଖ ଚାଷୀଙ୍କ ଖାତାକୁ ଟଙ୍କା ପଠାଇଲେ ମୋଦୀ । ବାରଣାସୀରୁ ଦେଶର ଚାଷୀଙ୍କ ଆକାଉଣ୍ଟକୁ ପିଏମ୍ କିଷାନ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ । ପିଏମ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି ପଠାଇଲେ ମୋଦୀ । ଡିବିଟି ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା । ମୋଟ ୯ କୋଟି ୭୦ ଲକ୍ଷ ଚାଷୀ ଏଥିରେ ହେବେ ଉପକୃତ । ଓଡିଶାର ୩୪ ଲକ୍ଷ ୮୫ ହଜାର ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ କିଷାନ ଟଙ୍କା ।

ତେବେ ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୦ତମ କିସ୍ତି ପ୍ରଦାନ କରାଯାଇଛି । ଏହି କିସ୍ତି ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ସ୍ଥାନାନ୍ତରିତ ହୋଇଛି । କେନ୍ଦ୍ର ସରକାର ଫେବୃଆରୀ ୨୦୧୯ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶେଷ ଥର ପାଇଁ ଫେବୃଆରୀ ୨୪, ୨୦୨୫ ରେ ତାଙ୍କ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୧୯ତମ କିସ୍ତି ଜାରି କରିଥିଲେ । ଏହି ଯୋଜନା ଅଧିନରେ ଭାରତ ସରକାର ସାରା ଦେଶର ଯୋଗ୍ୟ ଚାଷୀମାନଙ୍କୁ ପ୍ରତିବର୍ଷ ୬୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରନ୍ତି । ଏହି ୬୦୦୦ ଟଙ୍କା ପ୍ରତି ୪ ମାସରେ ୨ ହଜାର ଟଙ୍କାର ୩ଟି କିସ୍ତି ଆକାରରେ ଚାଷୀମାନଙ୍କୁ ଦିଆଯାଏ ।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button