ରାଜ୍ୟ
ଚାଲିଗଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ

କେନ୍ଦ୍ରାପଡ଼ା : ଚାଲିଗଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ା । ଶନିବାର ୬୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏ ନେଇ ପୁରା ଜିଲାରେ ଶୋକର ଛାୟା ଖେଳିଯାଇଛି। ରାଜନୀତି ମହଲରେ ମଧ୍ୟ ତାଙ୍କ ବିୟୋଗକୁ କେହି ଗ୍ରହଣ କରିପାରୁ ନାହାନ୍ତି। ତାଙ୍କ ପରିବାର ବର୍ଗକୁ ସମବେଦନା ଜଣାଇବା ବିଭିନ୍ନ ମହଲରୁ ଶୋକବ୍ୟକ୍ତ କରାଯାଇଛି। ଅସୁସ୍ଥତା ହେତୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ତାଙ୍କ ପୁଅ କଳିଙ୍ଗ କେଶରୀ ପରିଡ଼ା ସୂଚନା ଦେଇଛନ୍ତି ।