ରାଜ୍ୟ
୨୩ରୁ ୨୫ ଯାଏ ପ୍ରବଳ ଛେଚିବ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ସାରା ରାଜ୍ୟରେ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ଛେଚିବ ବର୍ଷା । ବିଶେଷ କରି ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ । ତା’ସହ ପବନ ମଧ୍ୟ ବହିବ । ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଉଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି ।