ରାଜ୍ୟ

୭ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଛି। ଏହାର ପ୍ରଭାବରେ ୭ ଜିଲାରେ ପ୍ରବଳ ବର୍ଷା ହେବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ୱାର୍ନିଂ ଜାରି ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଜିଲାକୁ ରେଡ ଆର୍ଲଟ ଜାରି ହୋଇଛି । ମୟୂରଭଞ୍ଜ, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷିବ । ସେହିପରି ୬ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଗଞ୍ଜାମ, କେନ୍ଦୁଝର, ଢ଼େଙ୍କାନାଳ, ଖୋର୍ଦ୍ଧାକୁ ଅରେଞ୍ଜ ୱାର୍ନିଂ ଥିବା ବେଳେ ପୁରୀ ଓ ନୟାଗଡ଼ ଜିଲକୁ ମଧ୍ୟ ଅରେଞ୍ଜ ୱାର୍ନିଂ ଜାରି ହୋଇଛି।

ଏବେ ବାତ୍ୟା ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ପଶ୍ଚିମବଙ୍ଗ ସାଗରଦ୍ୱୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି । ଗୁରୁବାର ସକାଳେ ହେବ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ।୨୪ ରାତି ଓ ୨୫ ସକାଳ ଭିତରେ ଉପକୂଳ ଅତିକ୍ରମ କରିବ । ପୁରୀରୁ ପଶ୍ଚିମବଙ୍ଗ ସାଗର ଦ୍ୱୀପ ଭିତରେ ଉପକୂଳ ପାର କରିବ ଭୀଷଣ ବାତ୍ୟା। ତେବେ ଉତ୍ତର ଓଡ଼ିଶାରେ ବାତ୍ୟା ବେଶୀ କୋପ ଦେଖାଇବ।

୭ଟି ଜିଲାରେ ଗୁରୁବାର ଏବଂ ଶୁକ୍ରବାର ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳରେ ପ୍ରବଳ ବେଗରେ ପବନ ବହିବ। ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୨୦ କିମି ରହିପାରେ। ସେହିପରି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରରେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୧୦ କିଲୋମିଟର ରହିପାରେ। ମୟୂରଭଞ୍ଜ ୮୦-୯୦ ଓ ପୁରୀରେ ୬୦-୮୦ କିଲୋମିଟର ପବନର ବେଗ ରହିପାରେ ।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button